ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ; ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର

0
173
state-cabinet-meeting-today

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସକାଳ ୧୦ଟାରେ ବୈଠକ ବସିବ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର । ବିଧାନସଭା ମୌସୁମୀ ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ ନିଷ୍ପତ୍ତି ସାର୍ବଜନୀନ କରାଯିବ ନାହିଁ । କରୋନା କଟକଣାକୁ ଦୃଷ୍ଟିରେ ରଖି ଭର୍ଚୁଆଲ ମୋଡରେ ବୈଠକ ହେବାର ରହିଛି । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ନବୀନ ନିବାସରୁ ଯୋଡି ହେବେ ବୋଲି ଜଣାପଡିଛି । ମନ୍ତ୍ରୀମାନେ ନିଜ ଅଫିସ କିମ୍ବା ଲୋକସେବା ଭବନରୁ ଭର୍ଚୁଆଲ ମାଧ୍ୟମରେ ଯୋଡି ହେବେ । ବିଧାନସଭା ଚାଲିଥିବାରୁ କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯିବ ନାହିଁ ।

Also Read  Tigress Zeenat Released Into Core Area of Similipal

LEAVE A REPLY

Please enter your comment!
Please enter your name here