ମାଟ୍ରିକ ରେଜଲ୍ଟ କୁ ନେଇ ଆସନ୍ତାକାଲିି ବୋର୍ଡ ପକ୍ଷରୁ ହୋଇପାରେ ଘୋଷଣା

0
141

କଟକ : ଜୁଲାଇ ୫ରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। ଏନେଇ ସୋମବାର ବିଧିବଦ୍ଧ ଭାବେ ମାଧ୍ୟମିକ ବୋର୍ଡ ପକ୍ଷରୁ ଘୋଷଣା କରାଯାଇପାରେ। ଏହାର କିଛି ଦିନ ପୂର୍ବରୁ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ। ଅନ୍ୟପଟେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ସୂଚନା ମୁତାବିକ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

Also Read  ୟୁପିରେ ଆରମ୍ଭ ହେଲା ଯୋଗୀରାଜ ୨.୦ : କ୍ରମାଗତ ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

LEAVE A REPLY

Please enter your comment!
Please enter your name here