ଓଡ଼ିଶା ସମ୍ବାଦ ବ୍ୟୁରୋ: ଦୁଇ ବର୍ଷ ପରେ ଆରମ୍ଭ ହୋଇଛି ଅମରନାଥ ଯାତ୍ରା । ଜମ୍ମୁ କାଶ୍ମୀରର ପ୍ରସିଦ୍ଧ ଅମରନାଥ ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ ଭକ୍ତ ମାନେ ପବିତ୍ର ଗୁମ୍ଫାକୁ ପ୍ରବେଶ କରି ବାବା ଅମରନାଥଙ୍କ ଦର୍ଶନ କରୁଛନ୍ତି । କରୋନା ଯୋଗୁ ଗତ ୨ ବର୍ଷ ଧରି ବନ୍ଦ ଥିଲା ଅମରନାଥ ଯାତ୍ରା । ଚଳତ ବର୍ଷ କରୋନା ସଂକ୍ରମଣ କମ୍ ରହିଥିବାରୁ ଅମରନାଥ ଯାତ୍ରାକୁ ଅନୁମତି ଦେଇଛନ୍ତି ସରକାର । ୨ ବର୍ଷ ପରେ ଭକ୍ତ ମାନେ ବରଫ ଲିଙ୍ଗ ଦେଖିପାରୁଥିବାରୁ ବହୁତ ଖୁସି ବ୍ୟକ୍ତ କରିଛନ୍ତି । ହର ହର ମହାଦେବ, ଭୋଲେ ବମ୍ ଆଦି ନାମ ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ଏହି ଶୈବ ପୀଠ । ଏହି ଯାତ୍ରା ଆଜିଠାରୁ ଆରମ୍ଭ ହୋଇ ଅଗଷ୍ଟ ୧୧ ତାରିଖ ଯାଏ ଚାଲିବ ।