ଆଗାମୀ ୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା; ୟେଲୋ ଓ୍ବାର୍ଣ୍ଣିଂ ଜାରି

0
397
thunderstorm-warnings-to-17-districts-in-state

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ପାଗ ଅନୁକୂଳ ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେବେ ଆସନ୍ତା ୨୪ ଘଣ୍ଟାରେ ୧୭ଜିଲ୍ଲା ପାଇଁ କାଳବୈଶାଖୀ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ ଭାବେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସୋନପୁର , ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, କେଉଁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଂଜାମ, ପୁରୀ, ନୟାଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Also Read  Car torched by irate locals; injure 3 people in outskirts of Odisha capital