କାଳବୈଶାଖୀ ନେଇ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0
354
thunderstorms-alert to 15 districts for-next-24-hrs

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୧୫ଟି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କୁଆପଥର ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କୁଆପଥର ବର୍ଷା ସହ ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ଘଣ୍ଟା ପରେ ଉପକୂଳ ଓଡିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

Also Read  OSPCB urges bakery units in state capital to apply for “Consent to operate”