ଆଜି ୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

0
199
thunderstorms-alert to 15 districts for-next-24-hrs

ଭୁବନେଶ୍ୱର: ଆଜି ୫ ଜିଲ୍ଲାରେ କାଳବୈଶାଖୀ ବର୍ଷା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାକୁ ନ ଥିବା ବେଳେ କାଳବୈଶାଖୀ ଜନିତ ସ୍ଥିତି ଜାରି ରହିବ।

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ। ୯ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ବଲାଙ୍ଗୀର ଓ ବୌଦ୍ଧଠାରେ ସର୍ବାଧିକ ୪୧.୫ଡିଗ୍ରି ରେକର୍ଡ ହୋଇଛି। ଅଧା ଓଡ଼ିଶା ଏବେ ପ୍ରଚଣ୍ଡ ରୌଦ୍ରତାପରେ ପ୍ରଭାବିତ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ତାତି ଜାରି ରହିବ। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Also Read  ଜାନୁଆରି ସୁଦ୍ଧା ଭାରତରେ ଦୈନିକ ସଂକ୍ରମଣ ୪-୮ ଲକ୍ଷ ଶୀର୍ଷରେ ପହଞ୍ଚିବ

LEAVE A REPLY

Please enter your comment!
Please enter your name here