ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ତଳମୁହଁ। ୫୦ ତଳେ ରହୁଛି ଦୈନିକ ସଂକ୍ରମଣ। ଏହି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୯ ଜଣ, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଁଏ, ସମ୍ବଲପୁରରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ବାଲେଶ୍ବର, ଗଜପତି ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଦେବଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।