ଆଜି ହେରାପଞ୍ଚମୀ: ନନ୍ଦିଘୋଷ ରଥ ଭାଙ୍ଗିବେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ

0
472
today-hera-panchami niti in puri

ପୁରୀ: ଆଜି ହେରାପଞ୍ଚମୀ । ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ ଠାକୁରାଣୀ । ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ମହାପ୍ରଭୁଙ୍କ ଭେଟି ନପାରି ରାଗରେ ରଥ ଭାଙ୍ଗିବେ ମହାଲକ୍ଷ୍ମୀ ।

ପରମ୍ପରା ଅନୁସାରେ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ। ହେରାପଞ୍ଚମୀ ନୀତିପରେ ବୁଧବାର ଠାରୁ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ।

Also Read  ପଳାଶୁଣି ଛକରେ ସିରିଜ ଦୁର୍ଘଟଣା ଘଟାଇଥିବା ହାଇଓ୍ୱା ଡ୍ରାଇଭର ଗିରଫ