ଆଜି ‘ବିଶ୍ୱ ପଖାଳ ଦିବସ’, ପ୍ରତି ଓଡିଆଙ୍କ ଗର୍ବ ଓ ଗୌରବ ଏବଂ ଅତି ପ୍ରିୟ

0
477
today-is-world-pakhala-day

ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଓଡ଼ିଆଙ୍କ ଖୋଜା ପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଅତ୍ୟାଧୁନିକ ଜୀବନଶୈଳୀରେ ଅନେକ ପରମ୍ପରା ବଳି ପଡ଼ିଥିଲେ ବି ପଖାଳ ତା’ର ସତ୍ତା କିମ୍ବା ମହକ ହରାଇ ନାହିଁ । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ । ଏଠି ଭକ୍ତଙ୍କ ବି ଖାଅନ୍ତି ଆଉ ଭଗବାନ ଠାରେ ଭୋଗ ବି ଲାଗେ ପଖାଳ । ଓଡ଼ିଆ ସଂସ୍କୃତି ପରମ୍ପରା ଏକ ଅଭିନ୍ନ ଅଙ୍ଗ ଓ ପ୍ରତି ଓଡ଼ିଆଙ୍କ ଅତି ପ୍ରିୟ ହେଉଛି ପଖାଳ । ଖରା ଦିନ ଆସିଗଲେ ଓଡ଼ିଆ ମନ ଖୋଜେ ପଖାଳ । ଆଉ କିଛି ଖାଇଲେ ହୁଏତ ପେଟ ପୂରିଯିବ କିନ୍ତୁ ମନ ଭରିବ ତ ପଖାଳ ଖାଇଲେ । କେବଳ ରାଜ୍ୟ କାହିଁକି ରାଜ୍ୟ ବାହାରେ ରହୁଥିବା ପ୍ରତି ଓଡ଼ିଆଙ୍କ ପ୍ରିୟ ହେଉଛି ପଖାଳ । ଓଡ଼ିଶା ଓ ଓଡ଼ିଆଙ୍କ ଖାଦ୍ୟରୁଚି ତାଲିକାରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଆଉ ଏହି ଓଡ଼ିଆଙ୍କ ପ୍ରିୟ ବ୍ୟାଞ୍ଜନକୁ ସାରା ବିଶ୍ୱର କୋଣଅନୁକୋଣନରେ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ଆର୍ଥାତ ଆଜି ଦିନଟିକୁ ’ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି ।

ପଖାଳ କଂସାଏ ସାଙ୍ଗକୁ ଆଳୁ ଭରତା, ବାଇଗଣ ପୋଡ଼ା, ବଢ଼ିଚୁରା, ମାଛଭଜା, ଶାଗ, ବଡ଼ିଚୁରା ହୋଇଗଲେ କଥା ନିଆରା। କିଛି ନ ହେଲେ ବି ପିଆଜ ଓ ଲଙ୍କା ସହ ପଖାଳ କଂସାଏ ଖାଇ ତୋରାଣି ଢୋକେ ପିଇଦେଲେ ଯେଉଁ ଶାନ୍ତି ମିଳେ ତାହା କୌଣସି ଫାଷ୍ଟ ଫୁଡ୍‌ରେ କେବେବି ମିଳେ ନାହିଁ। ସବୁ ଦୃଷ୍ଟିରୁ ପଖାଳ ଦେହ ପାଇଁ ମଧ୍ୟ ସ୍ୱାସ୍ଥ୍ୟପ୍ରଦ। ବିଭିନ୍ନ ଦେବାଦେବୀଙ୍କ ପାଖରେ ଦହି ପଖାଳ ଭୋଗ ଲାଗିବାର ମଧ୍ୟ ପରମ୍ପରା ଅଛି। ପଖାଳକୁ ଆହୁରି ସୁଆଦିଆ କରିବାକୁ ସେଥିରେ ଦହି, ଆମ୍ବ କସି ଅଦା, ଲେମ୍ବୁ, ପୁଦିନାପତ୍ର ଲେମ୍ବୁ ଆଦି ପକାଯାଏ।

Also Read  Cases of crime against women increases in Odisha making it fourth in the 2015 list according to NCRB records