ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ ପଜିଟିଭ୍ ଚିହ୍ନଟ

0
443
today-new-488-corona-positive-case-reported-in-odisha

ଭୁବନେଶ୍ଵର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଓଡିଶାରୁ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

Also Read  BJP lashes on BJD over farmer's suicide case in House; Speaker forcibly adjorns House proceedings for 1 hour