ଭୁବନେଶ୍ୱର: ରାଜଧାନୀରେ ଲୋକସଂଖ୍ୟା ସହ ଦିନକୁ ଦିନ ବୃଦ୍ଧି ପାଉଛି ଗାଡ଼ି ମୋଟର ସଂଖ୍ୟା । ଫଳରେ ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ରୂପେ ମୁଣ୍ଡ ଟେକିଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭିକେ ପାଣ୍ଡିଆନ ବିଭିନ୍ନ ଟ୍ରାଫିକ୍ ପୋଷ୍ଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ।
ଶିଶୁ ଭବନ ଛକ, ରବି ଟକିଜ୍ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ଼ ଛକ ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ୍ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଛନ୍ତି 5T ସଚିବ । ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମସି କମିଶନର କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।