ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ, ୧୦ ଲକ୍ଷ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

0
648
vigilance raid

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚୁଆଙ୍କୁ ଧରିବା ଲୋକ ଖାଉଥିଲା ଲାଞ୍ଚ, ବାନ୍ଧିଲା ଭିଜିଲାନ୍ସ । ଏହି ଘଟଣା ଘଟିଛି ସମ୍ବଲପୁର ଭିଜିଲାନ୍‌ସ ଡିଭିଜନରେ। ଭିଜିଲାନ୍‌ସ ଇନ୍‌ସ୍ପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍‌ସ ବିଭାଗର ଇଣ୍ଟରନାଲ୍‌ ଭିଜିଲାନ୍‌ସ ୟୁନିଟ୍‌। ସରକାରୀ ଅଧିକାରୀଙ୍କ ବିରୋଧରେ ଥିବା ମାମଲା ବନ୍ଦ ପାଇଁ ନେଉଥିଲେ ଲାଞ୍ଚ । ଏହି ଲାଞ୍ଚ କାରବାରରେ ମଧ୍ୟସ୍ଥି ସାଜିଥିଲେ ବରଗଡ଼ର ମୁକେଶ ସାହୁ ।

ସୂଚନା ଅନୁସାରେ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲକୁ ବନ୍ଦ କରିଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ। ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି ।

Also Read  Panchayat Polls: Directive issued by SEC to ensure safety of polling parties in Odisha districts