ରାଜ୍ୟରେ ବଢୁଛି ତାତି; ୩୭ ଡିଗ୍ରୀ ଉପରେ ୧୨ ସହର, ୨୦ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ

0
313
weather-update of Odisha

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢିବା ଆରମ୍ଭ ହୋଇଛି। ରାଜ୍ୟକୁ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କା ଉତ୍ତପ୍ତ ପବନ ପ୍ରବେଶ ହେତୁ ଏହି ତାପମାତ୍ରାରେ ବୃଦ୍ଧି ଘଟୁଛି। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଉତପ୍ତ ଶୁଷ୍କ ବାୟୁ ପ୍ରବେଶ କରିବ । ଏହା ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ୩୬ ରୁ ୩୮ ଡିଗ୍ରୀ ତାପମାତ୍ରା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୧ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଏଥିପାଇଁ ୬ଟି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ ଏବଂ ଖୋର୍ଦ୍ଧାକୁ ସତର୍କତା ଜାରି କରାଯାଇଛି ।

ଅନ୍ୟପଟେ ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ। ଏହି ଲଘୁଚାପ ଘନିଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଆଂଶକା ସୃଷ୍ଟି ହୋଇଛି । ଏହା କେତେ ଘନୀଭୂତ ହେବ, ବାତ୍ୟା ରୂପ ନେବ କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ।

Also Read  Odisha DGO Orders Minor Girl Rape Case To Be Classified As Red Flag Case