ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ତିନି ପର୍ଯ୍ୟଟକ; ଜଣେ ମୃତ, ଦୁଇ ଉଦ୍ଧାର

0
374
women tourist drowned while swimming in Puri sea

ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ଗାଧୋଇବା ହେଲା କାଳ । ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ତିନି ପର୍ଯ୍ୟଟକ । ଦୁଇଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଛତିଶଗଡ ରାୟଗଡ ଅଞ୍ଚଳର ମିନାକ୍ଷୀ ନାୟକ ।

ସୂଚନା ଅନୁସାରେ, ମିନାକ୍ଷୀଙ୍କ ସମେତ ୬ ଜଣ ପର୍ଯ୍ୟଟକ ଛତିଶଗଡ଼ରୁ ପୁରୀ ବୁଲିବାକୁ ଆସିଥିଲେ। ସେମାନେ ପୁରୀର ଏକ ହୋଟେଲରେ ରହୁଥିବା ବେଳେ ଆଜି ସକାଳେ ସମୁଦ୍ର ବୁଲିବାକୁ ଯାଇଥିଲେ। ଦିଗବାରେଣି ଖୁଣ୍ଟି ବେଳାଭୂମିରେ ମିନାକ୍ଷୀ ଓ ଅନ୍ୟମାନେ ଗାଧୋଉଥିବା ବେଳେ ୩ ଜଣ ଭାସି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଦୁଇଜଣଙ୍କୁ ତୁରନ୍ତ ଉଦ୍ଧାର କରିଥିବା ବେଳେ ମିନାକ୍ଷୀ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ବ୍ଲୁ ଫ୍ଲାଗ ସି ବିଚ୍‌ରୁ ମିନାକ୍ଷୀଙ୍କୁ ଉଦ୍ଧାର କରାଯାଇଥିଲା। ଏହାପରେ ତୁରନ୍ତ ତାଙ୍କୁ ପୁରୀ ବଡ଼ ମେଡିକାଲ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Also Read  Massive Explosion inside Balanga Police Station of Odisha