ଶୌଚାଳୟରେ କିରୋସିନି ଢାଳି ଛାତ୍ରୀଙ୍କୁ ଜୀଅନ୍ତା ଜାଳିଦେଲା ଯୁବକ

0
723
fire-broke-out-in-a-church-in-egypt-41 died

ସୋର: ଯୁବକଙ୍କ ବୀଭତ୍ସ ହତ୍ୟାକାଣ୍ଡ । ଛାତ୍ରୀଙ୍କୁ ନିଆଁ ଲଗାଇ ହତ୍ୟା । ଶୌଚାଳୟ ଭିତରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଉପରେ କିରୋସିନି ଢାଳି ଜୀଅନ୍ତା ଜାଳିଦେଲା ଯୁବକ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାରିଙ୍ଗିଆରେ ଗାଁରେ ଘଟିଛି ଏଭଳି ଅମାନୁଷିକ କାଣ୍ଡ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମବାସୀମାନେ ଅଭିଯୁକ୍ତକୁ ଅଟକ ରଖିଛନ୍ତି।

ସୂଚନା ଅନୁଯାଇ, ରବିବାର ସକାଳ ସମୟରେ ବାରିଙ୍ଗିଆ ଗାଁର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୌଚାଳୟ ଭିତରେ ଜୀଅନ୍ତ ପୋଡି ମାରିଦେଇଛି ଜଣେ ଯୁବକ । ମୃତ ଛାତ୍ରୀଙ୍କ ନିକଟରେ ପଡିଛି କଟା ଚୁଟି, ଲାଇଟର ଓ ବିଷ ବୋତଲ । ଏପିରିକି ଛାତ୍ରୀଙ୍କୁ ମାରିବା ପୂର୍ବରୁ ଚୁଟି କାଟିଥିଲେ ଅଭିଯୁକ୍ତ । ଏହାପରେ ଯୁବତୀଙ୍କୁ କିରୋସିନି ଢାଳି ମାରିଦେଇଛି ସେହି ଗାଁର ଦୟାନିଧି ଜେନା । ଏବେ ଯାଏଁ ଏହା ପଛର କାରଣ ଅସ୍ପଷ୍ଟ ରହିଛି । ସେପଟେ ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ତେବେ ଯୁବକ ଜଣଙ୍କ କାହିଁକି ଛାତ୍ରୀଙ୍କୁ ଏଭଳି ନିର୍ମମ ଭାବରେ ହାତ୍ୟା କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି।

Also Read  More than 150 elected representatives from different districts of Odisha meet Odisha CM, Naveen Patnaik at his residence, Naveen Nivas on Mar 4, 2017 at 4.30 pm